Odia News Portal

କେରଳ ବର୍ଷା ବିତ୍ପାତ, ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି

ଥିରୁବନ୍ତପୁରମ୍: କେରଳରେ ବର୍ଷା ବିତ୍ପାତ। କେରଳର ଅନେକ ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସୂଚନାନୁସାରେ, ଆଜି କୋକ୍କାୟାରରେ ଭୂସ୍ଖଳନ ପରେ ୩ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଏଥିସହ ରାଜ୍ୟରେ ଏପର୍ୟ୍ୟନ୍ତ ୨୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ମୃତକଙ୍କ ମଧ୍ୟରେ ୧୩ ଜଣ କୋଟାୟମ ଏବଂ ୮ଜଣ ଇଡୁକିର ବୋଲି ଜଣାପଡ଼ିଛି। କେରଳର ବନ୍ୟା ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କସହ କଥା ହୋଇଛନ୍ତି। ପ୍ରବଳ ବର୍ଷା ଓ ଭୂସ୍ଖଳନ ପରେ ପରିସ୍ଥିତି ସମ୍ପର୍କରେ ଦୁହେଁ ଆଲୋଚନା କରିଥିଲେ। ଆହତ ଏବଂ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଗ୍ରାଉଣ୍ଡରେ କାମ ଚାଲିଛି ବୋଲି ପ୍ରଧାନମନ୍ତ୍ରୀ ଟ୍ବିଟ କରି କହିଛନ୍ତି। ସମସ୍ତଙ୍କ ସୁରକ୍ଷା ଏବଂ ସୁସ୍ଥତା ପାଇଁ ପ୍ରଧାନମନ୍ତ୍ରୀ ପ୍ରାର୍ଥନା କରିଛନ୍ତି । କେରଳରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁଁ କିଛି ଲୋକ ପ୍ରାଣ ହରାଇଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ପ୍ରଧାନମନ୍ତ୍ରୀ ସମବେଦନା ଜଣାଇଛନ୍ତି।