Odia News Portal

ଦୈନିକ ୬ ଘଣ୍ଟା ଚାଲିବ ବିଧାନସଭା ମୈାସୁମୀ ଅଧିବେଶନ

ଦୈନିକ ୬ ଘଣ୍ଟା ଚାଲିବ ବିଧାନସଭାର ଗୃହକାର୍ଯ୍ୟ । ଆଗରୁ ୫ ଘଣ୍ଟା ଚାଲୁଥିଲା । ସର୍ବଦଳୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।
ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆଗତ ହେବ ବଜେଟ୍ । ସେହିପରି ଜୁଲାଇ ୩୦ ତାରିଖରେ ଆଗତ ହେବ ବ୍ୟୟ ମଞ୍ଜୁରୀ ବିଧେୟକ । ଅନ୍ୟପଟେ କୋଭିଡ କଟକଣା ଭିତରେ ଗୃହ ଚାଲିବ ବୋଲି ନିଷ୍ପତ୍ତି ହୋଇଥିବାରୁ ଆଜିଠୁ ୩ ଦିନ ପର୍ଯ୍ୟନ୍ତ ବିଧାନସଭାରେ ବିଧାୟକଙ୍କ କରୋନା ଟେଷ୍ଟ କରାଯିବ । ବିଧାୟକଙ୍କ ସହ ବିଧାନସଭାର କର୍ମଚାରୀ, ସୁରକ୍ଷାକର୍ମୀ, ସାମ୍ବାଦିକଙ୍କର କରୋନା ଟେଷ୍ଟ କରାଯିବ । ଯେଉଁମାନଙ୍କ ରିପୋର୍ଟ ନେଗେଟିଭ୍ ଆସିବ, ସେମାନଙ୍କୁ ପ୍ରବେଶ ପାଇଁ ଅନୁମତି ମିଳିବ ।