Odia News Portal

ପିୟୁଷ ଗୋଏଲଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ । ବୟନ ଶିଳ୍ପ କ୍ଷେତ୍ରରେ ଅପାର ସମ୍ଭାବନା ଥିବା ଓଡିଶା ରାଜ୍ୟରେ ପିଏମ୍ ମିତ୍ର ଯୋଜନାରେ ଏକ ଗ୍ରୀନ୍ ଫିଲ୍ଡ ମେଗା ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା କରିବା ପାଇଁ ବିଚାର କରିବାକୁ କେନ୍ଦ୍ର ବୟନ ଶିଳ୍ପ, ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି ଅନୁରୋଧ କରିଛି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମନ୍ଦ୍ରେ ପ୍ରଧାନ । 

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ନିକଟରେ ଭାରତ ସରକାରଙ୍କ ବୟନଶିଳ୍ପ ମନ୍ତ୍ରଣାଳୟ ଦ୍ବାରା ଦେଶରେ ପିଏମ ମେଗା ଇଂଟିଗ୍ରଟେଡ୍ ଟେକ୍ସଟାଇଲ ରିଜିଓନ ଏଣ୍ଡ୍ ଆପାରେଲ(ମିତ୍ର) ଯୋଜନାରେ ୭ଟି ମେଗା ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା ପାଇଁ ଘୋଷଣା କରାଯାଇଛି । ପିପିପି ମୋଡରେ ଭାରତୀୟ କମ୍ପାନୀମାନଙ୍କୁ ବୟନ ଏବଂ କପଡା ଶିଳ୍ପ କ୍ଷେତ୍ରରେ ବିଶ୍ବ ଚାମ୍ପିଅନରେ ପରିଣତ କରିବା ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସହଭାଗୀତାରେ ଏକ୍ ସ୍ପେଶାଲ ପ୍ରୋପଜ ଭେଇକିଲ୍ ବିକଶିତ କରାଯାଉଛି । ପ୍ରସ୍ତାବିତ ଗ୍ରୀନ୍ ଫିଲ୍ଡ ମିତ୍ର ପାର୍କ ପ୍ରତିଷ୍ଠା ହଲେ ବୟନଶିଳ୍ପ ସହ ଓଡିଶାର ସର୍ବ।ଙ୍ଗୀନ ବିକାଶ ହୋଇପାରିବ । ଲକ୍ଷ ଲକ୍ଷ ରୋଜଗାର ସୃଷ୍ଟି ହେବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ ମିଶନ କଳ୍ପନା ବହୁମାତ୍ରାରେ ସାକାର ହୋଇପାରିବ ବୋଲି ଶ୍ରୀ ପ୍ରଧାନ କହିଛି । 

ସେହିପରି ବୟନ ଶିଳ୍ପ କ୍ଷେତ୍ରରେ ଓଡିଶାର ଦୀର୍ଘ ଏବଂ ସମୃଦ୍ଧ ଇତିହାସ ରହିଛି । ଓଡିଶାର ହସ୍ତତନ୍ତ୍ର ଉଚ୍ଚକୋଟିରି ଡିଜାଇନ୍ ଏବଂ ଗୁଣବତା ପାଇଁ ବିଶ୍ବ ବିଖ୍ୟାତ । ସମ୍ବଲପୁରୀ, ବୋମକେଇ ଏବଂ ବ୍ରହ୍ମପୁରୀ ଭଳି ଅନେକ ଡିଜାଇନ୍ ଏଠାରେ ରହିଥିବା ବେଳେ ଇକତ୍ ପାଇଁ ମଧ୍ୟ ପ୍ରସିଦ୍ଧ ଲାଭ କରିଛି । ନିଜର ସମୃଦ୍ଧ ଇତିହାସ  ଏବଂ ଆଞ୍ଚଳିକ ସମ୍ମନ୍ନତା ଯୋଗୁଁ ଓଡିଶା ବୟନ ଶିଳ୍ପ କ୍ଷେତ୍ରରେ ପୁଞ୍ଜିନିବେଶ କରିବା ପାଇଁ ଅନେକ ସୁଯୋଗ ରହିଛି । ନିକଟ ଅତୀତରେ ଓଡିଶା ସିପେଟ୍, ଆଇଆଇଟି, ଆଇଆଇଏମ, ନିଟ୍, ଆଇଆଇଆଇଟି, ଏମ୍ସ, ନାଇଜର, ଦକ୍ଷତା ବିକାଶ କେନ୍ଦ୍ର, ଇଣ୍ଡିଆନ ଅଏଲ- ଆଇସିଟି ଓଡିଶା କ୍ୟାମ୍ପସ ଭଳି ବିଶ୍ବସ୍ତରୀୟ ଉଚ୍ଚ ଶିକ୍ଷା, ଗବେଷଣା ଏବଂ ଦକ୍ଷତା ବିକାଶ କେନ୍ଦ୍ର ଦ୍ବାରା ଓଡିଶା ଜ୍ଞାନ ଏବଂ ଦକ୍ଷତାର ପେଣ୍ଠସ୍ଥଳି ଭାବରେ ନିଜକୁ ପ୍ରତିଷ୍ଠିତ କରିପାରିଛି ।