Odia News Portal

ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଜନଜୀବନ, ଆସନ୍ତା ୩ଦିନ ଯାଏ ରାଜ୍ୟରେ ଅସହ୍ୟ ଶୀତ ଲହରୀ ଜାରି

୧୨ ପର୍ଯ୍ୟନ୍ତ ଶୀତ ଲହରୀ । ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳରୁ ଉପାନ୍ତ, ଉତ୍ତରରୁ ଦକ୍ଷିଣ ସବୁଠି ପ୍ରବଳ ଥଣ୍ଡା । ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଜନଜୀବନ । ୧୦ ଡିଗ୍ରୀ ତଳେ ରହିଛି ରାଜ୍ୟର ୧୧ ସହର। କନ୍ଧମାଳ ଜିଲ୍ଲାର ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୪.୩ ଡିଗ୍ରୀ ରେକର୍ଡ ହୋଇଛି । ଆସନ୍ତା ୩ଦିନ ଯାଏ ରାଜ୍ୟରେ ଅସହ୍ୟ ଶୀତ ଲହରୀ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଶୀତଲହରୀ ଜାରି ରହିଛି ।

ଆଜି ୩ ଜିଲ୍ଲା ସୁନ୍ଦରଗଡ଼, ଅନୁଗୁଳ ଓ ଝାରସୁଗୁଡ଼ାରେ ଶୀତଲହରୀ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ଠାରୁ ୫ରୁ ୬ ଡିଗ୍ରୀ କମ ରହିଥିବା ବେଳେ ଦକ୍ଷିଣ ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ କମ ରହିଛି । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଶୀତ ଲହରୀ ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ସେପଟେ ପ୍ରବଳ ଶୀତ ଓ ଘନ କୁହୁଡ଼ି ପାଇଁ ସକାଳୁ ସକାଳୁ ରାସ୍ତାଘାଟ ଜନଶୂନ୍ୟ ଦେଖାଯାଉଛି ।