Odia News Portal

ଜୁନ ୧ ଯାଏଁ ବଢ଼ିଲା ଲକଡାଉନ୍

ଭୁବନେଶ୍ବର: ରାଜ୍ୟରେ ପୁଣି ବଢିଲା ଲକଡାଉନ୍ ଅବଧି । ଓଡିଶାରେ କରୋନା ସଂକ୍ରମଣ ବଢୁଥିବା ସମୟରେ ଲକଡାଉନର ଅବଧିକୁ ଜୁନ ୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରେସ ମିଟ୍ ରେ ଘୋଷଣା କରିଛନ୍ତି ।

ସୂଚନା ଅନୁଯାୟୀ, କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ସରକାର ମେ ୫ରୁ ମେ ୧୯ ତାରିଖ ସକାଳ ଯାଏଁ ଲକଡାଉନ୍ ଲାଗୁ କରିଥିଲେ । ଏହି ସମୟରେ ଅମାନିଆଙ୍କ ପାଇଁ କଡାକଡି ଚେକିଂ ହୋଇଥିଲା । ଦୋକାନ, ବଜାର, ସପିଂ ମଲ ଆଦି ବନ୍ଦ ରହିଥିଲା । କେବଳ ସକାଳ ୬ରୁ ଦିନ ୧୨ଟା ଯାଏଁ ପନିପରିବା ଓ ରାସନ ସାମଗ୍ରୀ ଦୋକାନ ଖୋଲା ରଖିବାକୁ ନିର୍ଦ୍ଦେଶ ରହିଥିଲା । ତେବେ କଟକଣାରୁ ଜରୁରୀକାଳିନ ସେବା ଓ ସେବା ଯୋଗାଉଥିବା କର୍ମଚାରୀଙ୍କୁ ବାଦ୍ ଦିଆଯାଇଥିଲା । ସେହିଭଳି ନୂଆ ଗାଇଡଲାଇନ୍ ଅନୁଯାୟୀ ସକାଳ ୭ଟାରୁ ସକାଳ ୧୧ଟା ପର୍ଯ୍ୟନ୍ତ ପନିପରିବା ଓ ଅନ୍ୟ ଦରକାରୀ ସାମଗ୍ରୀ କିଣାକିଣି ପାଇଁ ଲୋକମାନେ ବାହାରକୁ ଯାଇପାରିବେ ।ରାଜ୍ୟରେ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ସରକାର ଲକଡାଉନର ଅବଧିକୁ ବୃଦ୍ଧି କରିଛନ୍ତି ସରକାର। ଲକଡାଉନ୍ କୁ ଜୁନ ୧ ସକାଳ ୫ଟା ଯାଏଁ ବୃଦ୍ଧି କରାଯାଇଛି ।