Odia News Portal

୨୬ରେ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଆସନ୍ତା ୨୬ରେ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୮ ତାରିଖରେ ଉତ୍ତର ପଶ୍ଚିମ ଦିଗରୁ ବାୟୁ ପ୍ରବାହ ଆରମ୍ଭ ହେବ। ଏଥିଯୋଗୁ ରାତ୍ରିରେ ତାପମାତ୍ରା କମିବା ସହ ଶୀତର ଆଗମନ ହେବ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଆଦି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲାଗୁଡ଼ିକ ସକାଶେ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ସେହିପରି ୨୦ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଅନୁଗୋଳ ଜିଲାରେ ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।