Odia News Portal

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୬ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । ଆଜି ଏନେଇ ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଲଘୁଚାପ ପ୍ରଭାବରେ ଓଡ଼ିଶାରେ ୬ ଓ ୭ରେ ଭଲ ବର୍ଷା ହେବ । ଅଗଷ୍ଟ ତୁଳନାରେ ସେପ୍ଟେମ୍ବରରେ ଭଲ ବର୍ଷା ହେବ ବୋଲି ଆଇଏମଡି ଜିଡି ସୂଚନା ଦେଇଛନ୍ତି ।