Odia News Portal

ବିନା ଭକ୍ତରେ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା !

ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ | ତେବେ ଚଳିତ ବର୍ଷ ମଧ୍ୟ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା ହେବା ନେଇ ଆଶା ଆଶଙ୍କା ଦେଖା ଦେଇଛି ।ତେବେ ଏନେଇ ବିଡିଏ ଅଫିସରେ ବିଏମସି କମିସନରଙ୍କ ଅଧ୍ୟକ୍ଷତାରେ ରୁକୁଣା ରଥ ଯାତ୍ରା କରାଯିବ ସେନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ କରାଯାଇଛି ।

କୋଭିଡ ନିୟମ ମାନି ବିନା ଭକ୍ତରେ, ଅଳ୍ପ ସେବାୟତଙ୍କୁ ନେଇ ରୁକୁଣା ରଥ ଯାତ୍ରା କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି । ତେବେ ଏହି ପ୍ରସ୍ତାବକୁ ରାଜ୍ୟସରକାରଙ୍କ ପାଖକୁ ପଠାଯିବ, ଯଦି ସରକାର ଅନୁମତି ପ୍ରଦାନ କରନ୍ତି, ତେବେ ଚଳିତ ବର୍ଷ ରୁକୁଣା ରଥ ଯାତ୍ରା ଅନୁଷ୍ଠିତ ହେବ ବୋଲି କହିଛନ୍ତି ବିଏମସି କମିସନର।