Odia News Portal

ପୋଲିସ-ମାଓବାଦୀ ଗୁଳି ବିନିମୟରେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଜଣେ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଥିବା ବେଳେ ଘଟଣା ସ୍ଥଳରୁ ଜବାନମାନେ ଗୋଟିଏ ବନ୍ଧୁକ ଓ ଗୋଟିଏ ପିସ୍ତଲ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ।

ଦରଭା ଜଙ୍ଗଲ ଭିତରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ପୋଲିସର ଗୁଇନ୍ଦା ବିଭାଗକୁ ସୁଚନା ମିଳିଥିଲା । ଏହା ପରେ ଡିଆରଜି ବାହିନୀ ପକ୍ଷରୁ ସେଠାରେ ଆରମ୍ଭ ହୋଇଥିଲା କୁମ୍ବିଂ ଅପରେସନ । ଉଭୟ ଜବାନ ଓ ମାଓବାଦୀ ମୁହାଁ ମୁହିଁ ହେବା ପରେ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହୋଇଥିଲା । ପରେ ନକ୍ସଲ ମାନେ ଘଟଣା ସ୍ଥଳରୁ ପଳାୟନ କରିଥିବା ବେଳେ ଜବାନ ମାନେ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ।