Odia News Portal

ବଙ୍ଗରେ ମମତାଙ୍କ ତୃତୀୟ ଇନିଂସ ଆରମ୍ଭ

ପଶ୍ଚିମବଙ୍ଗ: ଆଜି ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦରେ ବସିଛନ୍ତି ମମତା ବାନାର୍ଜୀ । ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମମତା ବାନାର୍ଜୀ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ । ରାଜଭବନରେ ଏହି ଶପଥଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି ବେଶି ଲୋକଙ୍କୁ ଶପଥଗ୍ରହଣ ଉତ୍ସବରେ ଆମନ୍ତ୍ରଣ କରାଯାଇନଥିଲା ।

ତେବେ ଏହି ଉତ୍ସବରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ, ଭାରତୀୟ ଜନତା ପାର୍ଟୀ ପ୍ରଦେଶ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ, ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସମେତ ଅନେକ ଅତିଥି ଶପଥ ଗ୍ରହଣ ସମାରୋହରେ ସାମିଲ ହୋଇଥିଲେ ।