Odia News Portal

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ

କନ୍ଧମାଳ-ବୌଦ୍ଧ ସୀମାନ୍ତରେ ଗୁଳିବିନିମୟ । କୁମ୍ବିଂ ଅପରେସନ ବେଳେ ୨ ମାଓବାଦୀ ନିହତ ହୋଇଥିବା ସୂଚନା । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି ।

ଖବର ଅନୁଯାୟୀ, ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ପାଳନ ଚାଲିଛି । କିଛି ଅଘଟଣ ଆଶଙ୍କାରେ ସୁରକ୍ଷାକର୍ମୀମାନେ ଗୋଚ୍ଛାପଡ଼ା ଜଙ୍ଗଲରେ କୁମ୍ବିଂ ଅପେରସନ କରୁଥିଲେ । ଏହି ସମୟରେ ମାଓବାଦୀ-ସୁରକ୍ଷା କର୍ମୀ ମୁହାଁମୁହିଁ ହୋଇଥିଲେ । ଉଭୟଙ୍କ ମଧ୍ୟରେ ଅନେକ ସମୟ ଧରି ଗୁଳିବିନିମୟ ଜାରି ରହିଥିଲା । ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଏହାପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଛନ୍ତି । ଘଟଣାସ୍ଥଳରେ ଅନେକ ମାଓ ସାମଗ୍ରୀ ଜବତ ହୋଇଛି । ଏବେବି ଜଙ୍ଗଲରେ କୁମ୍ବିଂ ଅପରେସନ ଜାରି ରହିଛି ।