Odia News Portal

ମାଟ୍ରିକ ଓ ଯୁକ୍ତ୨ ପରୀକ୍ଷା ତାରିଖରେ ହେବନାହିଁ ପରିବର୍ତ୍ତନ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଘୁଞ୍ଚିବ ନାହିଁ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ । ଆଜି ସ୍କୁଲ୍ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସ୍ପଷ୍ଟ ସୂଚନା ପ୍ରଦାନ କରିଛନ୍ତି ।ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ପୂର୍ବରୁ ମାଟ୍ରିକ ଓ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛତ୍ରୀଙ୍କ ପାଇଁ ଧାର୍ଯ୍ୟ ହୋଇଥିବା ତାରିଖରେ ପରୀକ୍ଷା କରାଯିବ। ଏହି ଦୁଇ ଶ୍ରେଣୀର ପରୀକ୍ଷା ହେବା ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ। ପରୀକ୍ଷା ପାଇଁ ଅଧିକ କେନ୍ଦ୍ର କରାଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ଆସନ୍ତା ୨୯ ତାରିଖରୁ ମେ’ ୮ ମଧ୍ୟରେ ଯୁକ୍ତ୨ ପ୍ରାକ୍ଟିକାଲ ଏବଂ ମେ’ ୧୮ରୁ ଜୁନ୍‌ ୧୨ ପର୍ଯ୍ୟନ୍ତ ଥିଓରି ପରୀକ୍ଷା ଚାଲିବ। ତେବେ ହଠାତ୍‌ କୋଭିଡ୍‌-୧୯ ସ୍ଥିତି ଭୟଙ୍କର ରୂପ ନେବା ପରେ ପରିଷଦ ଏବେ ଚିନ୍ତାରେ ପଡ଼ିଛି । ତାହାକୁ ନଜରରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଜୋରଦାର ପ୍ରସ୍ତୁତି ଚଳାଇଛି । କରୋନା ସଂକ୍ରମଣ ବଢ଼ୁଥିବାରୁ ପରୀକ୍ଷା କେନ୍ଦ୍ର ସଂଖ୍ୟା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି ।