Odia News Portal

୧୦ରୁ ଅନ୍‌ଲାଇନ୍‌ରେ ହେବ ଫର୍ମ ପୂରଣ

ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷା ଫର୍ମ ପୂରଣ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଅନଲାଇନ୍‌ରେ ଫର୍ମ ପୂରଣ ପାଇଁ ନିର୍ଦ୍ଦେଶାବଳୀ ପ୍ରକାଶ ପାଇଛି। । ଏନେଇ ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଧିବଦ୍ଧ ନୋଟିଫିକେସନ ବାହାର କରାଯାଇଛି । ୮ ତାରିଖରୁ ରାଜ୍ୟ ସରକାର ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ଶିକ୍ଷାନୁଷ୍ଠାନ ଖୋଲିବାର ନିଷ୍ପତ୍ତି ନେଇଛନ୍ତି ।

ବିଜ୍ଞପ୍ତି ଅନୁଯାୟୀ, ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ଅନଲାଇନରେ ଫର୍ମ ଫିଲ୍ଅପ୍‌ ହେବ । ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଅନଲାଇନ୍‌ରେ ଫର୍ମ ଫିଲ୍ଅପ୍‌ କରିବେ । ଆସନ୍ତା ୧୦ ତାରିଖରୁ ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ ହେବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି। ଅନ୍ୟପଟେ କରସପେଣ୍ଡେଣ୍ଟ କୋର୍ସର ରେଗୁଲା ଓ ଏକ୍ସ ରେଗୁଲାର ଛାତ୍ର ଛାତ୍ରୀ ମାନେ ଆଞ୍ଚଳିକ କାର୍ଯ୍ୟାଳୟର ଉପସଂପାଦକଙ୍କ ମାଧ୍ୟମରେ ଦେୟ ପୈଠ କରିବା ସହ ଫର୍ମ ପୁରଣ କରିପାରିବେ ।

ସକାଳ ୧୦ଟାରୁ ଫର୍ମ ଫିଲଅପ୍ ଆରମ୍ଭ ହେବ । ଏହା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ । ତେବେ ଫର୍ମ ଫିଲ୍ଅପ୍ ପାଇଁ ଜାନୁଆରି ୨୭କୁ ଫିସ୍ ଦାଖଲର ଶେଷ ଦିନ ରଖାଯାଇଛି । ଅନ୍ୟପକ୍ଷରେ ଜାନୁଆରି ୨୮ରୁ ଫେବୃଆରି ୧ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଜରିମାନା ସହ ଫର୍ମ ଫିଲ୍ଅପ୍ କରାଯାଇପାରିବ । ତେବେ ଜରିମାନା ସହ ଫର୍ମ ଫିଲଅପ୍‌ ଶେଷ ଦିନ ଫେବୃଆରୀ ୨ ତାରିଖ ରହିଛି । ଫର୍ମ ପୂରଣ ନିମନ୍ତେ ଅନ୍ ଲାଇନ୍ ଲିଙ୍କ, ସବିଶେଷ ନିର୍ଦ୍ଦେଶାବଳୀ ଏବଂ ସ୍ତର ପରେ www.bseodisha.ac.in website ମାଧ୍ୟମରେ ଉପରୋକ୍ତ ସମୟ ମଧ୍ୟରେ ଅନବରତ ଉପଲବ୍ଧ ହେବ ।