Odia News Portal

ମେଗା ଓମଫେଡ୍ ପ୍ଲାଣ୍ଟ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଟକ ଓରିଲୋଠାରେ ଅତ୍ୟାଧୁନିକ ଓମଫେଡ଼ ଡ଼ାଏରୀ ପ୍ଲାଣ୍ଟ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ଡ଼ାଏରୀ ପ୍ଲାଣ୍ଟ ଲୋକାର୍ପିତ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏମଫେଡ଼ର ବିକାଶରେ ୩ଲକ୍ଷ ଚାଷୀଙ୍କର ଅବଦାନ ରହିଛି । ଏହି ୟୁନିଟ ଦ୍ୱାରା ଦିନକୁ ୫ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟାକରଣ ହୋଇପାରିବ । ଏଥିରୁ ଉନ୍ନତମାନର ଲସି, ଘିଅ, ପନିର ଆଦି ଉତ୍ପାଦନ ହୋଇପାରିବ । ଏହାଦ୍ୱାରା ଦୁଗ୍ଧ ଚାଷୀଙ୍କ ରୋଜଗାର ବଢିବ । ଏହି ଅତ୍ୟାଧୁନିକ ଓମଫେଡ଼ ଡ଼ାଏରୀ ପ୍ଲାଣ୍ଟ ହେବା ଦ୍ୱାରା ୬ଲକ୍ଷ ଦୁଗ୍ଧ ଚାଷୀ ଉପକୃତ ହେବେ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀଙ୍କ ରୋଜଗାର ବଢାଇବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ । ଡ଼ାଏରୀ ଫାର୍ମିଂ ୟୁନିଟ ପ୍ରୋସେସିଂ ପ୍ଲାଂଟ ପାଇଁ ସରକାର ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସବସିଡି ଯୋଗାଇଦେଉଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।