Odia News Portal

ସହିଦ କୋଭିଡ୍ ଯୋଦ୍ଧାଙ୍କ ସ୍ମୃତିରେ ସ୍ମାରକୀ

ଭୁବନେଶ୍ୱର: ସହିଦ କୋଭିଡ୍ ଯୋଦ୍ଧାଙ୍କ ସ୍ମୃତିରେ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ସ୍ମାରକୀ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ସହିଦ କୋଭିଡ୍ ଯୋଦ୍ଧାଙ୍କ ପରିବାରବର୍ଗଙ୍କ ସହ ଆଲୋଚନା କରି ସମବେଦନା ଜଣାଇଛନ୍ତି । ସହିଦଙ୍କ ତ୍ୟାଗ କେବେ ହେଲେ ବିଫଳ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । କୋଭିଡ୍ ବିରୋଧରେ ଏହି ଲଢେଇରେ ଆମେ ନିଶ୍ଚିୟ ଜିତିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢତାର ସହ କହିଛନ୍ତି ।

ଅତାବିରାରୁ ବିଜେଡି ବିଧାୟିକା ଥିବା ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ପୂର୍ବରୁ ରାଜ୍ୟ ସରକାରରେ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିବାବେଳେ ଅନୁସୂଚିତ ଜାତି ବର୍ଗରୁ ପ୍ରତିନିଧିତ୍ୱ କରୁଛନ୍ତି। ପଶ୍ଚିମ ଓଡ଼ିଶାର ଜଣେ ଆଗଧାଡ଼ିର ନେତ୍ରୀ ଭାବେ ମଧ୍ୟ ସେ ଖୁବ ଜଣାଶୁଣା। ସୂଚନାଯୋଗ୍ୟ, ବିଜେଡି ମହିଳା ସଭାନେତ୍ରୀ ଥିବା ମିନତୀ ବେହେରାଙ୍କୁ ୨୦୧୯ ଅଗଷ୍ଟ ମାସରେ ରାଜ୍ୟ ମହିଳା କମିଶନ ଆୟୋଗର ଅଧ୍ୟକ୍ଷା ଭାବେ ନିଯୁକ୍ତି ମିଳିବା ପରଠୁ ବିଜେଡି ମହିଳା ଶାଖାର ସଭାନେତ୍ରୀ ପଦ ଖାଲି ପଡ଼ିଥିଲା। ଏବେ ଏହି ପଦବୀରେ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଦାୟିତ୍ୱ ଦିଆଯାଇଛି ।

ସହିଦ ହୋଇଥିବା ସବୁ କୋଭିଡ୍ ଯୋଦ୍ଧାଙ୍କ ନାମ ଲିପିବଦ୍ଧ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ‘ଆପଣଙ୍କ ପରିବାରର ତ୍ୟାଗକୁ ଏ ଜାତି ସବୁବେଳେ ସମ୍ମାନର ସହ ମନେ ରଖିବ ।’ ମୁଖ୍ୟମନ୍ତ୍ରୀ କହିଛନ୍ତି- ୨୦୨୦ ଥିଲା ମାନବ ଇତିହାସର ଏକ ସଂକଟମୟ ବର୍ଷ । ସାରା ବିଶ୍ୱ ସହ ଓଡ଼ିଶା ମଧ୍ୟ ଏହି ସଂକଟର ସାମନା କରିଛି ଏବଂ ଆମର ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାଙ୍କ ନିଷ୍ଠା, ତ୍ୟାଗ ଓ ସେବା ଯୋଗୁ ଆମେ ଆଜି ଭଲ ସ୍ଥିତିରେ ରହିଛୁ ।

ଏହି ଯୁଦ୍ଧରେ ଆମର ୧୦୦ରୁ ଅଧିକ କୋଭିଡ୍ ଯୋଦ୍ଧା ସହିଦ ହୋଇଛନ୍ତି । ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଥିଲେ । ସହିଦ କୋଭିଡ ଯୋଦ୍ଧାଙ୍କ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ, ସରକାର ଆପଣମାନଙ୍କ ସହିତ ଅଛନ୍ତି । ଏ ଶୂନ୍ୟତା କେବେ ବି ପୂରଣ କରିହେବ ନାହିଁ । ଆମେ କେବଳ ଆପଣମାନଙ୍କୁ ଏତିକି ସହାୟତା କରିପାରିବୁ ଯେଉଁଥିରେ ସେମାନଙ୍କୁ ପରିବାରର ସଦସ୍ୟଙ୍କ ପରଲୋକ ଯୋଗୁଁ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହେବେ । ସରକାର ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ୱାସନା ଦେଇଛନ୍ତି ।

ଏହି ଅବସରରେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ କହିଥିଲେ- ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ତତ୍ତ୍ୱାବଧାନରେ ଓଡ଼ିଶା ସଫଳତାର ସହ କୋଭିଡ୍ ଯୁଦ୍ଧର ମୁକାବିଲା କରିପାରିଛି । ୧୦ ଲକ୍ଷ ପ୍ରବାସୀ ଓଡ଼ିଆଙ୍କ ଆଗମନ ସମୟରେ ରାଜ୍ୟର ପରିଚାଳନା ଉଲ୍ଲେଖନୀୟ ଥିଲା ବୋଲି ସେ କହିଛନ୍ତି । ଆମର ସଠିକ୍ ଯୋଜନା ଓ ସମସ୍ତ କର୍ମଚାରୀଙ୍କ ନିଷ୍ଠାପର ଉଦ୍ୟମ ଯୋଗୁଁ କୋଭିଡ୍ ଯୁଦ୍ଧରେ ସଫଳତା ମିଳିପାରିଛି ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ।ଏହି କାର୍ଯ୍ୟକ୍ରମରେ ନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନା କରିଥିଲେ ।