Odia News Portal

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ

ଭୁବନେଶ୍ୱର: ରାଜଧାନୀରେ ଲଜ୍ଜା । ୭ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଜଣେ ଗିରଫ । ତେବେ ଏହି ଦୁଷ୍କର୍ମ ଘଟଣାଟି ସୋମବାର ସଂଧ୍ୟାରେ ଘଟିଥିବା ସୂଚନ ମିଳିଛି । ସୂଚନାନୁସାରେ , ଭୁବନେଶ୍ୱର ଲିଙ୍ଗରାଜ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଜଣେ ଯୁବକ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି । ନାବାଳିକାଙ୍କ ବୟସ ୭ ବର୍ଷ ବୋଲି ଜଣାପଡିଛି । ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା । ଅଭିଯୋଗ ଆଧାରରେ ଅଭିଯୁକ୍ତ ରବି ଦାସକୁ ଗିରଫ କରିଛି ଲିଙ୍ଗରାଜ ଥାନା ପୋଲିସ । ଅଭିଯୁକ୍ତର ଡାକ୍ତରୀମାଇନା କରାଯିବା ପରେ କୋର୍ଟ ଚାଲାଣ କରିଛି ପୋଲିସ ।