Odia News Portal

ମୋକିମଙ୍କ ପିଟିସନ ଖାରଜ, ୫ହଜାର ଜରିମାନା

କଟକ-ବାରବାଟୀ ବିଧାନସଭା ନିର୍ବାଚନ ଅନିୟମିତତା ମାମଲା । ମାମଲାର ଗୁରୁତ୍ବ ନ ଥିବା ଦର୍ଶାଇ ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ । କେବଳ ସେତିକି ନୁହେଁ ଆବେଦନକାରୀଙ୍କୁ ୫ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଗତ ନିର୍ବାଚନକୁ ନେଇ ହାଇକୋର୍ଟରେ ଗତ କିଛି ଦିନ ଧରି ଏକ ମାମଲା ବିଚାରାଧୀନ ରହିଛି । ବିଧାୟକ ମହମ୍ମଦ ମୋକିମ ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ନେଇ ବିଜେଡି ବିଧାୟକ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଅଭିଯୋଗ କରିଥିଲେ ।