Odia News Portal

ସକାଳ ୧୧ଟା ସୁଦ୍ଧା ୨୦ ପ୍ରତିଶତ ପୋଲିଂ

ଚାଲିଛି ପୌର ଭୋଟ । ସକାଳ ୧୧ଟା ସୁଦ୍ଧା ୨୦ ପ୍ରତିଶତ ପୋଲିଂ ହୋଇଛି । ବେଶ୍‌ ସୁରୁଖୁରୁ ଓ ଶାନ୍ତିଶୃଙ୍ଖଳା ସହ ମତଦାନ ଜାରି ରହିଛି । ଏସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି।

ରାଜ୍ୟରେ ପୌର ନିର୍ବାଚନ ପାଇଁ ମତଦାନ ଚାଲିଛି। ସକାଳ ୮ଟାରୁ ଭୋଟଦାନ ପ୍ରକ୍ରିୟା ଆରମ୍ଭ ହୋଇଛି ଯାହାକି ସନ୍ଧ୍ୟା ୫ଟା ଯାଏଁ ଚାଲୁରହିବ । ୩ଟି ମହାନଗର ନିଗମ, ୪୭ଟି ମ୍ୟୁନିସିପାଲିଟି ଏବଂ ୫୯ଟି NACରେ ଭୋଟଗ୍ରହଣ ଆରମ୍ଭ ହୋଇଛି । ଭୋଟ ଦେଉଛନ୍ତି ୪୦ ଲକ୍ଷ ଭୋଟର । କାଉନସିଲର/କର୍ପୋରେଟର୍ ଏବଂ ଭୋଟ ଏବଂ ପୌରାଧ୍ୟକ୍ଷ/ମେୟର ପଦବୀ ପାଇଁ ମତଦାନ ଆରମ୍ଭ ହୋଇଛି । ନିର୍ବାଚନ ମଇଦାନରେ ୬ହଜାର ୪୧୧ ଜଣ ପ୍ରାର୍ଥୀ ଥିବାବେଳେ ମତଦାତା ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ୍ ଦେଉଛନ୍ତି । ଏଥର ମ୍ୟୁନିସପାଲଟି ଓ ଏନ୍ ଏସିର ୧ହଜାର ୬୭୨ଟି ୱାର୍ଡ ଏବଂ ୩ଟି ମହାନଗର ନିଗମର ୧୬୫ଟି ୱାର୍ଡରେ ନିର୍ବାଚନ ହେଉଛି ।

ମେୟର/ପୌରାଧ୍ୟକ୍ଷ ପଦବୀ ପାଇଁ ୫୬୯ଜଣ, କର୍ପୋରେଟର/କାଉନସିଲର ପଦବୀ ପାଇଁ ୫ ହଜାର ୮୪୨ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ମ୍ୟୁନିସିପାଲିଟି/ଏନ୍ ଏସିର ୨ହଜାର ୯୮୯ଟି ବୁଥ୍ ରେ ଏବଂ ୩ଟି ମହାନଗର ନିଗମର ୧ ହଜାର ୩୮୪ ବୁଥ୍ ରେ ୪୦ଲକ୍ଷ ୫୫ହଜାର ୫୩ଜଣ ମତଦାନ ଚାଲିଛି। ମତଦାତା ଜାଣିବା ପାଇଁ କାଉନସିଲର/କର୍ପୋରେଟର ନିର୍ବାଚନ ପାଇଁ ଗୋଲାପୀ ରଙ୍ଗର କାଗଜ ଏବଂ ପୌରାଧ୍ୟକ୍ଷ/ମେୟର ନିର୍ବାଚନ ପାଇଁ ହଳଦିଆ କାଗଜ ଇଭିଏମ୍ ରେ ବ୍ୟବହାର କରାଯାଉଛି। ସେହିପରି ଏଥର ଇଭିଏମ୍ ରେ ନୋଟା ଅପସନ୍ ରହିଛି। ମହିଳାଙ୍କ ପାଇଁ ଫିଙ୍କ୍ ବୁଥ୍ ର ବ୍ୟବସ୍ଥା କରାଯାଇଛି।