Odia News Portal

ଆଜି କଳାହାଣ୍ଡି ଜିଲ୍ଲାରେ ସ୍ମାର୍ଟକାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲ୍ଲା ଗସ୍ତ କରୁଛନ୍ତି । ଭବାନୀପାଟଣାରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଜିଲ୍ଲାବାସୀଙ୍କ ୮୫୯ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ଭେଟି ଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ମା’ ମାଣିକେଶ୍ୱରୀଙ୍କର ମାଟି କଳାହାଣ୍ଡି ଯିବା ଲାଗି ସେ ବହୁତ ଖୁସି ମୁଖ୍ୟମନ୍ତ୍ରୀ ଗସ୍ତ ପୂର୍ବରୁ ସମ୍ବଲପୁରୀ ଭାଷାରେ ଟ୍ୱିଟ୍ କରିଛନ୍ତି ।