Odia News Portal

କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ ସହ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି। ଭବାନୀପାଟଣାର ଓୟୁଏଟି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟକାର୍ଡ ବଣ୍ଟନ କରିବା ସହ ୯୦୦ କୋଟି ଟଙ୍କାର ପ୍ରକଳ୍ପର ଲୋକାର୍ପଣ  କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ସ୍ୱାସ୍ଥ୍ୟ ଇତିହାସରେ ନୂଆ ଯୁଗ ଆରମ୍ଭ ହୋଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଦେଶରେ ଏକ ମାଇଲଖୁଣ୍ଟ। ଏହି ଯୋଜନା ମାଧ୍ୟମରେ ଲୋକେ ସ୍ୱାସ୍ଥ୍ୟସେବା ପାଇପାରିବେ। ଏହି କାର୍ଯ୍ୟକ୍ରମରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ମନ୍ତ୍ରୀ ଟୁକୁନି ସାହୁ ଓ ୫-ଟି ସଚିବ ଭିକେ ପାଣ୍ଡିଆନ୍ ପ୍ରମୁଖ ଉପସ୍ଥିତ ଥିଲେ।