Odia News Portal

ନିୟମ ନମାନିଲେ ପୁଣି ଲକଡାଉନ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ସମ୍ବୋଧନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ସମ୍ପୂର୍ଣ୍ଣ ଭାବେ କମି ନଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ କରୋନା କଟକଣାକୁ ମାନି ଚଳିବା ସହ ମାସ୍କ, ସାନିଟାଇଜର ଓ ସାମାଜିକ ଦୂରତାକୁ ମାନି ଚଳିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । କୋଭିଡ ଭାଇରସ ଏବେ ବି ଲୁଚି ରହିଛି । ଭୁବନେଶ୍ୱରରେ ଏବେ କୋଭିଡ କେସ ସ୍ଥିର ରହିଛି । ଜୀବନ ସହ ଜିବିକା ମଧ୍ୟ ଆମ ଲାଗି ଗୁରୁତ୍ୱପୂଣ୍ଣ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଶ୍ୱର ଅନ୍ୟ ଦେଶ ଗୁଡିକରେ ଏବେ ତୃତୀୟ ଲହର ଘାତକ ହେଲାଣି । ଏଣୁ ଆମେ ସତର୍କତା ଅବଲମ୍ବନ କରିବା ନିତାନ୍ତ ଆବଶ୍ୟକ । ନିହାତି ଜରୁରୀ ନଥିଲେ ବାହାରକୁ ବାହାରନ୍ତୁ ନାହିଁ । ନିୟମ ନମାନିଲେ ପୁଣିଥରେ ଲକଡାଉନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଂଶସା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେମାନେ ଦିନରାତି ପରିଶ୍ରମ କରି ଆମର ଯତ୍ନ ନେଉଛନ୍ତି । ଦ୍ବିତୀୟ ଲହରର ମୁକାବିଲାରେ ଜନସାଧାରଣ ଯେପରି ପ୍ରଶାସନକୁ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେଲେ, ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏବେ ନିଷ୍ପତ୍ତି ଆପଣମାନଙ୍କ ହାତରେ । ଜୀବନ ଅମୂଲ୍ୟ । ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ରୋକିପାରିବ । ତେଣୁ ଓଡିଶାକୁ ନିରାପଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ‘ଆପଣଙ୍କ ପ୍ରିୟଜନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ ଏବଂ ନିରାପଦ ଭାବରେ ଜୀବନଜୀବିକା ଯେପରି ଆଗକୁ ବଢିଚାଲିବ ସେଥିରେ ସହଯୋଗ କରନ୍ତୁ ।’