Odia News Portal

ଦେଶରେ ନୂତନ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୨୪

ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୪୩ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪୩ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୨,୯୬,୬୨୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୨୮,୪୯୨ଟି ନମୁନା।