Odia News Portal

ରାଜ୍ୟବାସୀଙ୍କୁ ନୂଆବର୍ଷ ଶୁଭେଚ୍ଛା

ଭୁବନେଶ୍ୱର- ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ । ନିଜର ଶୁଭେଚ୍ଛାବାର୍ତ୍ତାରେ ୨୦୨୧ ବର୍ଷ ରାଜ୍ୟବାସୀଙ୍କ ଜୀବନରେ ହସ, ଖୁସି, ଶାନ୍ତି ଓ ସମୃଦ୍ଧି ଭରିଦେଉ ବୋଲି କାମନା କରିଛନ୍ତି । ଏହାଛଡା ରାଜ୍ୟକୁ ଦେଶରେ ଶ୍ରେଷ୍ଠ ରାଜ୍ୟ ଭାବେ ପରିଣତ କରିବା ପାଇଁ ସମସ୍ତେ ନିଜ ନିଜ ସ୍ତରରେ ନିଷ୍ଠାପର ପ୍ରୟାସ ଜାରି ରଖିବାକୁ ସେ ଆହ୍ୱାନ ଦେଇଛନ୍ତି ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ଶୁଭେଚ୍ଛା ଜଣାଇଛନ୍ତି । ସମସ୍ତଙ୍କୁ ନୂତନ ବର୍ଷର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତୀର ବର୍ଷ ହେବାନେଇ ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

ପିସିସି ସଭାପତି ନିରଂଜନ ପଟ୍ଟନାୟକ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି । ସେ ଆଜି ନୂଆବର୍ଷ ପାଳିବେ ନାହିଁ ବୋଲି ଜଣାଇଛନ୍ତି । ସେହିପରି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଅପରାଜିତା ଷଢ଼ଙ୍ଗୀ ପ୍ରମୁଖ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।