Odia News Portal

ନକଲି ମେଡିସିନ ନେଇ ବିହାର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ରାଜ୍ୟ ସ୍ୱାସ୍ଥ୍ୟ ସଚିବ

ନକଲି ମେଡ଼ିସିନ ନେଇ ତନାଘନା ଜାରି ରହିଥିବା ବିହାର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ । ଓଡ଼ିଶାରେ ଜବତ ହୋଇଥିବା ନକଲି ମେଡ଼ିସିନ ଟେଲମା-୪୦ , ଟେଲମା-ଏମ ବିହାରର ଗୟାରୁ ଗ୍ଲେନମାର୍କ କମ୍ପାନୀର ଫ୍ୟାକ୍ଟ୍ରିରୁ ଆସୁଛି । ବିହାର ଡ୍ରଗ୍ସ କଣ୍ଟ୍ରୋଲରଙ୍କୁ ଏ ନେଇ ଅବଗତ କରାଯାଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ଆସିନାହିଁ ବୋଲି ଚିଠି ଦ୍ୱାରା ଜଣାଇଛନ୍ତି ଓଡ଼ିଶା ସ୍ୱାସ୍ଥ୍ୟ ସଚିବ । ନକଲି ମେଡ଼ିସିନକୁ ନେଇ ତଦନ୍ତ କରିବା ପାଇଁ ରାଜ୍ୟ ସରକାର ଏକ ଟିମ ପ୍ରସ୍ତୁତ କରିଛନ୍ତି ,ଯେଉଁଥିରେ ଆସିଷ୍ଟାଣ୍ଡ ଡ୍ରଗ କଣ୍ଟ୍ରୋଲରଙ୍କ ସମେତ ଦୁଇ ଜଣ ପୋଲିସ ଅଛନ୍ତି । ସେମାନଙ୍କୁ ସମସ୍ତ ପ୍ରକାର ସହଯୋଗ କରିବା ପାଇଁ ବିହାରର ସ୍ୱାସ୍ଥ୍ୟ ବିଭାଗକୁ ଚିଠି ଲେଖିଛନ୍ତି ଓଡ଼ିଶା ସ୍ୱାସ୍ଥ୍ୟ ସଚିବ ।