Odia News Portal

ନିର୍ଭୟ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ଆଜି ୧୦ଟା ୪୩ ମିନିଟରେ ଦୂରଗାମୀ ସବସୋନିକ କ୍ରୁଜ ମିସାଇଲ ନିର୍ଭୟର ସଫଳ ପରୀକ୍ଷଣ ହୋଇଛି । ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର । ଏହା ୩୦୦ କିଲୋଗ୍ରାମ ପର୍ଯ୍ୟନ୍ତ ପରମାଣୁ ୱାରହେଡ଼ ନେଇପାରିବ ଓ ସଠିକ୍ ଭାବେ ଲକ୍ଷ୍ୟ ଭେଦ କରିପାରିବ। ଉତକ୍ଷେପଣ ପରେ ନିର୍ଭୟ ମିସାଇଲ ଏୟାରକ୍ରାଫ୍ଟ ଭଳି ଉଡାଣକରି ଶତ୍ରୁ ଉପରକୁ ଆକ୍ରମଣ କରିପାରିବ ।
ଭାରତୀୟ ପ୍ରତିରକ୍ଷା ଏବଂ ଗବେଷଣା ବିକାଶ ପ୍ରତିଷ୍ଠାନ (ଡିଆରଡିଓ) ନିର୍ଭୟ କ୍ଷେପଣାସ୍ତ୍ରକୁ ବିକଶିତ କରିଛି। ଭାରତୀୟ ସେନାରେ ସାମିଲ ହୋଇଥିବା ଏହି ସବସୋନିକ କ୍ଷେପଣାସ୍ତ୍ରର ମାରକ କ୍ଷମତା ଆମେରିକାର ପ୍ରସିଦ୍ଧ ଟୋମହାୱକ୍ କ୍ଷେପଣାସ୍ତ୍ର ସହ ସମାନ ରହିଛି।