Odia News Portal

ପରଲୋକରେ ପୂର୍ବତନ ପିସିସି ସଭାପତି ନିତ୍ୟାନନ୍ଦ ମିଶ୍ର

ଭୁବନେଶ୍ୱର: ବଲାଙ୍ଗୀରର ପୂର୍ବତନ ସରଂସଦ ତଥା ପିସିସି ସଭାପତି ନିତ୍ୟନନ୍ଦ ମିଶ୍ରଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା । ନିତ୍ୟାନନ୍ଦ ମିଶ୍ରଙ୍କର ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶା କଂଗ୍ରେସ କମିଟିର ସଭାପତି ନୀରଞ୍ଜନ ପଟ୍ଟନାୟକ ।
ସୂଚନା ଅନୁସାରେ, ମିଶ୍ର ନିମୋନିଆରେ ଆକ୍ରାନ୍ତ ହୋଇଥିଲେ । ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଜରୁରୀକାଳୀନ ୱାର୍ଡରେ ଚିକିତ୍ସା ପରେ ଆଇସିୟୁରେ ଭର୍ତ୍ତି କରାଯାଇଥିଲା ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ଘଟିଥିଲା । ସ୍ୱର୍ଗତ ମିଶ୍ର ବଲାଙ୍ଗୀର ଜିଲ୍ଲାର କଂଗ୍ରେସ ଦଳର ଜଣେ ଟାଣୁଆ ନେତା ଭାବେ ବେଶ୍ ପରିଚିତ ଥିଲେ । ୧୯୭୮ରୁ ୮୧ ମସିହା ଯାଏ ସେ ଜିଲ୍ଲା କଂଗ୍ରେସ କମିଟିର ସଭାପତି ଥିଲେ । ୧୯୮୦ ମସିହାରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ ।