Odia News Portal

୭୦% ସିଲାବସରେ ପାଠପଢିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଜାନୁଆରୀ ୮ରୁ ରାଜ୍ୟରେ ଖୋଲିବ ସମସ୍ତ ସ୍କୁଲ ଏବଂ ଆରମ୍ଭ ହେବ ପାଠପଢ଼ା | ତେବେ ଏନେଇ ସୂଚନା ପ୍ରଦାନ କରିଥିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ତେବେ ଗୋଟିଏ ସେକ୍ସନରେ କେତେ ପିଲା ପଢ଼ିବେ ସେ ସୂଚନା ଦେଇଛନ୍ତି ଶିକ୍ଷା ମନ୍ତ୍ରୀ । ମନ୍ତ୍ରୀ କହିଛନ୍ତି, ଗୋଟିଏ ସେକ୍ସନରେ ୨୦ରୁ ୨୫ ପିଲା ପଢ଼ିବେ। ଅଧିକ ପିଲାରେ ଅଧିକ ସେକ୍ସସନ ହେବ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ସାନିଟାଇଜେସନ ଓ ପିଲାଙ୍କ ସ୍ୱାସ୍ଥ୍ୟକୁ ପ୍ରାଥମିକତା ଦିଆଯାଉଛି ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି।

ପ୍ରତି ଜିଲ୍ଲାରେ ନୋଡାଲ ଅଫିସର ନିୟୁକ୍ତ ହୋଇଛନ୍ତି । ସେପଟେ ୧୫ରୁ ୧୭ ଜିଲ୍ଲାର ଜିଲ୍ଲାପାଳ ଓ ଡିଇଓଙ୍କ ମିଳିତ ବୈଠକ ସରିଛି । ବୈଠକ ପରେ ପ୍ରତି ଜିଲ୍ଲାର ପଦାଧିକାରୀ ଜିଲ୍ଲାକୁ ଗଲେଣି । ତେବେ ସେମାନେ ଜିଲ୍ଲାପାଳ ଓ ଡିଇଓଙ୍କ ସହ ସମନ୍ଵୟ ରକ୍ଷା କରି କାମ କରିବେ। ଯଦି ଅଧିକ ଶିକ୍ଷକ ଆବଶ୍ୟକତା ରହିଛି ତେବେ ତାହା ପୂରଣ କରିବାକୁ ଡିଇଓ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଶହେ ଦିନ ପାଠପଢାର ଆବଶ୍ୟକତା ରହୁଛି । ରବିବାରଦିନ ପାଠ ନ ପଢାଇଲେ ଶହେ ଦିନ ହେବନି । ବର୍ତ୍ତମାନ ପିଲାଙ୍କ କୋଭିଡ ଟେଷ୍ଟ ହେବା ନେଇ ନିଷ୍ପତ୍ତି ହୋଇନି । ସ୍ୱାସ୍ଥ୍ୟ ବିଭାଗ କହିଲେ କରିବୁ । ପିଲାଙ୍କ ସିଲାବସ ୩୦ ପ୍ରତିଶତ କମିଛି । ଆଉ କମିବ ନାହିଁ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।