Odia News Portal

ନଭେମ୍ବର ୨ରେ ସମ୍ବଲପୁର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାମାସ ୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ଜିଲ୍ଲା ଗସ୍ତ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା-ବିଏସକେୱାଇ ଅନ୍ତର୍ଗତ ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଏହାସହ ୭ ଶହ କୋଟି ଟଙ୍କା ବ୍ୟୟରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ପୂର୍ବରୁ ମୁଖ୍ୟମନ୍ତ୍ରୀ ମାଲକାଗିରି, ସୁନ୍ଦରଗଡ, ବଲାଙ୍ଗିର, ଗଜପତି, ପୁରୀ ଓ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରି ବିଏସକେୱାଇ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିସାରିଛନ୍ତି । ଦେବଗଡ ଜିଲ୍ଲା ପାଇଁ ଭର୍ଚୁଆଲ୍ ମୋଡ୍‌ରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ।