Odia News Portal

ଟିମ୍ ଇଣ୍ଡିଆକୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ବ୍ରିସବେନ୍ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ଅଷ୍ଟ୍ରେଲିଆ ବିପକ୍ଷରେ ଭାରତୀୟ ଦଳର ଦମଦାର ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ବର୍ଡର-ଗାଭାସ୍କର ଟ୍ରଫିରେ ବିଜୟ ହାସଲ ପାଇଁ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ।

ଦଳର ଯୁବ ଖେଳାଳିମାନେ ଚମତ୍କାର ପ୍ରଦର୍ଶନ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ।ଏହା ବ୍ୟତୀତ ଦେଶର ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଭାରତୀୟ ଦଳର ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି | ଭାରତର ଏହି ଐତିହାସିକ ବିଜୟରେ ବିଭିନ୍ନ ମହଲରୁ ଭାରତୀୟ ଦଳ ନିକଟକୁ ପ୍ରଶଂସାର ସୁଅ ଛୁଟୁଛି |