Odia News Portal

ମାଟ୍ରିକ ପରୀକ୍ଷା ଫି’ ଛାଡ଼ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦଶମ ପରୀକ୍ଷା ଫି’ ଛାଡ଼ କଲେ ମୁଖ୍ୟମନ୍ତ୍ରୀଙ୍କୁ । ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍‌ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ।

ସୂଚନାନୁଯାୟୀ, ମାଟ୍ରିକ ପରୀକ୍ଷା ନିମନ୍ତେ ପ୍ରତି ପିଲାଙ୍କୁ ୪୨୦ ଟଙ୍କା ଲେଖାଏଁ ଫିସ୍‌ ଦେବାକୁ ପଡିଥାଏ । କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ ଛାତ୍ରଛାତ୍ରୀଙ୍କର କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ।