Odia News Portal

ମୟୁରଭଂଜର ସର୍ବାଙ୍ଗୀନ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ମୟୁରଭଂଜ ଜିଲ୍ଲା ଗସ୍ତରେ ଯାଇଁ ମୟୁରଭଂଜ ଜିଲ୍ଲାର ସାମଗି୍ରକ ଉନ୍ନତି ପାଇଁ ବିକାଶର ପସରା ଖୋଲିଦେଇଛନ୍ତି । ବାରିପଦା ଛଉ ପଡିଆ ଠାରେ ଅନୁÂିତ ଏକ ବିରାଟ ସମାବେଶରେ ଉଦବୋଧନ ଦେବା ସହିତ ୧୧୫୦କୋଟି ଟଙ୍କାର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି । ଏହି ସମାବେଶରେ ମୁଖ୍ୟମନ୍ତ୍ରୀ ଘୋଷଣା କରି କହିଛନ୍ତି ଯେ ବାରିପଦା ସହରକୁ ବନ୍ୟାଦାଉରୁ ରକ୍ଷା କରିବା ପାଇଁ ରିଙ୍ଗ ରୋଡ ନିର୍ମାଣ କରାଯିବ ଏହା ବ୍ୟତୀତ ବାରିପଦା ସମବାୟ ବ୍ୟାଙ୍କର ପୁନରୁଦ୍ଧାର କରାଯିବ । ଏବଂ ବାବଦରେ ଆବଶ୍ୟକୀୟ ଅର୍ଥ ରାଜ୍ୟ ସରକାର ଯୋଗାଇ ଦେବେ । ଛଉ ନୃତ୍ୟର ଅଧିକ ଗବେଷଣା ପାଇଁ ଗବେଷଣା କେନ୍ଦ୍ର ଖୋଲାଯିବ । ମୟୂରଭଞ୍ଜ ଆୟୁର୍ବେଦିକ କଲେଜକୁ ସରକାରୀ ମାନ୍ୟତା ମିଳିବା ଦିଗରେ ସରକାର ବିଚାର କରିବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ।
ଏହାସହ ୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ନବୀନ ପଟ୍ଟନାୟକ । ବାରିପଦା ଛଉପଡିଆରେ ମିଶନ ଶକ୍ତି ମହାସମାବେଶରେ ଉଦଳା ୧୯ ନମ୍ବର ରାଜ୍ୟ ରଜପଥ ଚମ୍ପା ନଦୀ ଉପରେ ହାଇଲେଭଲ୍ ସେତୁ, ଉଦଳା ଉପଖଣ୍ଡ ଚିକିତ୍ସାଳୟର ୫୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ଚିକିତ୍ସାକେନ୍ଦ୍ରର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ତକତପୁର ଏମପିସି ଜୁନିଅର କଲେଜ ଏବଂ ବାରିପଦା ମହିଳା ମହାବିଦ୍ୟାଳର ୩ ଶହ ସିଟ୍ ବିଶିଷ୍ଟ ଛାତ୍ରୀ ନିବାସ, ୩ଟି ପାଇପ୍ ଜଳ ଯୋଗାଣ ପ୍ରକଳ୍ପର ଶୁଭ ଉଦଘାଟନ୍ କରିଛନ୍ତି ନବୀନ ।
ଏହାସହ ବୁଢାବଳଙ୍ଗ ନଦୀ ଉପରେ ସେତୁ, ବାରିପଦା-ପ୍ରତାପପୁର-ବଡସାହି-ମାଣତ୍ରୀ ରାସ୍ତାର ଉରା ନାଳ ଉପରେ ସେତୁ, କପ୍ତିପଦା ବଡଗୁଡୁଗୁଡିଆ ଏବଂ ଶୁଳିଆପଦା ବ୍ଲକର ଧାତିକାରେ ୨ଟି ଜଳ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏହାସହ ମିଶନ ଶକ୍ତି ଯୋଜନାରେ ୨୦ ହଜାର୨୯୫ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୧୫ ହଜାର ଟଙ୍କା ଲେଖାଏଁ ସିଡମନି ସହାୟତା, ୨୬ଟି ବ୍ଲକସ୍ତରୀୟ ମହାସଂଘକୁ ୨୫ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୟୂରଭଂଜ ଜିଲ୍ଲାରେ ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ମହାସଂଘ ଗୁଡିକୁ ସମୁଦାୟ ୪୯ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କଲେ ରାଜ୍ୟ ସରକାର ।