Odia News Portal

ନବୀନଙ୍କ ଫୋକସରେ କୋଟିଆର ବିକାଶ

କୋଟିଆ: କୋଟିଆର ବିକାଶ ଉପରେ ରାଜ୍ୟ ସରକାରଙ୍କ ଫୋକସ୍ । କୋଟିଆର ବିକାଶ ପାଇଁ ସରକାର ନେଉଛନ୍ତି ବଡ଼ ପଦକ୍ଷେପ । ବିକାଶ ପଥରେ ସୀମାନ୍ତ କୋଟିଆ । ଆଜି ଅନେକ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

କୋଟିଆରେ ୧୦ ଶଯ୍ୟା ବିଶିଷ୍ଟ ହସପିଟାଲ, ସବ ସେଣ୍ଟର, ଅଫିସର କ୍ଲଷ୍ଟର ଗୃହ, ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ପାଇଁ ସରକାରୀ ବାସ ଗୃହ, ମାଡକର ଗାଁକୁ ରାସ୍ତା, ସରକାରୀ ଆଶ୍ରମ ହାଇସ୍କୁଲର ଅତିରିକ୍ତ ଶ୍ରେଣୀଗୃହର ଶୁଭ ଉଦଘାଟନ କରାଯିବ ।ଏହି ସବୁ ପ୍ରକଳ୍ପର ଉଦଘାଟନ ପରେ ମୁଖ୍ୟମନ୍ତ୍ରୀ କୋଟିଆର ବିକାଶ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା କରିବେ । ଭିଡିଓ କନଫରେନ୍ସିଂ ଜରିଆରେ ପଞ୍ଚାୟତିରାଜ ପ୍ରତିନିଧି, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ଲୋକ ପ୍ରତିନିଧିଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।