Odia News Portal

ଟପ୍ ଟେନରେ ଅଛି ଓଡିଶା

ଶ୍ରେଷ୍ଠ ୧୦ଟି ଆକ୍ଟିଭ୍ କେସ୍ ରାଜ୍ୟ ମଧ୍ୟରେ ଓଡ଼ିଶା ରହିଛି। ମହାରାଷ୍ଟ୍ରରେ ସର୍ବାଧିକ ଆକ୍ଟିଭ୍ ସଂକ୍ରମିତ ରହିଛନ୍ତି। ଟପ୍ ୧୦ ଆକ୍ଟିଭ୍ କେସ୍ ରାଜ୍ୟ ମଧ୍ୟରେ ମହାରାଷ୍ଟ୍ର, କର୍ଣ୍ଣାଟକ, ତାମିଲନାଡୁ, କେରଳ, ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶ, ଗୁଜରାଟ, ଓଡ଼ିଶା, ଦିଲ୍ଲୀ ଓ ରାଜସ୍ଥାନ ରହିଛି। ଏନେଇ ସ୍ୱାସ୍ଥ୍ୟ ସଚିବ ସୂଚନା ଦେଇଛନ୍ତି।
ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧୦,୩୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୬,୦୧୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪,୩୫୩ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୭୭,୪୬୨ରେ ପହଞ୍ଚିଛି। ସେଥିମଧ୍ୟରୁ ୧୦,୮୦,୫୬୨ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ୍ କେସ୍ ୮୮,୩୪୬ ରହିଛି।