Odia News Portal

ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା

୧୦ ତାରିଖ ଆଡ଼କୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ପ୍ରଭାବରେ ଓଡ଼ିଶା ମଧ୍ୟକୁ ପୂର୍ବ ଦିଗରୁ ଉଷ୍ମ ଓ ଆର୍ଦ୍ର ବାୟୁ ପ୍ରବେଶ କରିବ । ଏହା ପ୍ରଭାବରେ ରାତ୍ରି ତାପମାତ୍ରା ସାମାନ୍ୟ ବୃଦ୍ଧି ଘଟିବା ସହ ଶୀତ କମିବ । ଏହାବ୍ୟତୀତ ୧୦ରୁ ୧୨ତାରିଖ ଯାଏ ରାଜ୍ୟର କିଛି କିଛି ଅଞ୍ଚଳରେ ହାଲ୍‌କା ବର୍ଷା ହେବାର ବି ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ଥଣ୍ଡା ଓ ଶୁଷ୍କବାୟୁ ପ୍ରଭାବରେ ଓଡ଼ିଶାର ରାତ୍ରି ତାପମାତ୍ରା ସ୍ବାଭାବିକଠାରୁ କମ୍‌ ରହିଛି । ଗତ ରାତିରେ ରାଜ୍ୟର ୮ଟି ଜିଲ୍ଲାରେ ରାତିର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରିରୁ କମ୍‌ ରହିଥିଲା ବେଳେ ଦାରିଙ୍ଗବାଡ଼ି ରାଜ୍ୟର ସବୁଠୁ ଥଣ୍ଡା ଅଞ୍ଚଳ ଭାବେ ରେକର୍ଡ କରିଛି । ପାହାଡ଼ିଆ ଅଞ୍ଚଳଗୁଡ଼ିକ ମଧ୍ୟରେ ଦାରିଙ୍ଗବାଡ଼ିରେ ରାତ୍ରି ତାପମାତ୍ରା ୧୦ ଡିଗ୍ରି ରେକର୍ଡ ହୋଇଛି । ସେହିପରି ସମତଳ ଅଞ୍ଚଳଗୁଡ଼ିକ ମଧ୍ୟରେ ଫୁଲବାଣୀଠାରେ ରାତ୍ରି ତାପମାତ୍ରା ୧୧.୫ ଡିଗ୍ରି, କୋରାପୁଟରେ ୧୨ଡିଗ୍ରି, କେନ୍ଦୁଝରରେ ୧୩ଡିଗ୍ରି, ଭବାନୀପାଟଣା ଓ ଝାରସୁଗୁଡ଼ାରେ ୧୪.୨ଡିଗ୍ରି, ଟିଟିଲାଗଡ଼ ଓ ସୋନପୁରରେ ୧୪.୮ଡିଗ୍ରି ଲେଖାଏଁ ରେକର୍ଡ ହୋଇଛି ।