Odia News Portal

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଆତ୍ମାହୁତି ଉଦ୍ୟମ

ଖୋର୍ଦ୍ଧା: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଆତ୍ମାହୁତି ଉଦ୍ୟମ|ଖୋର୍ଦ୍ଧା ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାଇବର ଠକଙ୍କ ଦ୍ୱାରା ୧୬ ଲକ୍ଷ ୩୨ ହଜାର ଟଙ୍କାର ଠକେଇର ଶିକାର ହୋଇଥିଲେ ଖୋର୍ଦ୍ଧା ବୋଲଗଡ ଥାନା ବାଙ୍କୋଇ ଗାଁ’ର ବ୍ରଜବନ୍ଧୁ ସାହୁ। ତେବେ ଏ ନେଇ ଆଜି ସେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଜ ଦେହରେ କିରୋସିନ୍ ଢ଼ାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ । ସ୍ଥାନୀୟ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିବା ସହ ତାଙ୍କୁ ଗିରଫ କରିଛି।

ସୂଚନାନୁଯାୟୀ, ବିଦେଶୀ ୱେବସାଇଟରେ ୧୬ ଲକ୍ଷ ୩୨ ହଜାର ଟଙ୍କା ଠକେଇର ଶିକାର ହୋଇ ଗତ ୧୫ ଦିନ ତଳେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଅଭିଯୋଗ କରିଥିଲେ । ଏହି ଘଟଣାର ତଦନ୍ତ କରି ଟଙ୍କା ଫେରାଇବାକୁ ଜିଲ୍ଲାପାଳଙ୍କୁ ଅନୁରୋଧ ମଧ୍ୟ କରିଥିଲେ। ହେଲେ ଏପର୍ଯ୍ୟନ୍ତ ସେ ଟଙ୍କା ଫେରି ପାଇ ନାହାନ୍ତି । ଯାହା ଫଳରେ ବାଧ୍ୟ ହୋଇ ବ୍ରଜବନ୍ଧୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଛନ୍ତି।