Odia News Portal

ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା୧୦୦ ପାର୍

୨୪ ଘଣ୍ଟାରେ ୧୧୦ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଦୀର୍ଘ କିଛି ସମୟର ବ୍ୟବଧାନ ପରେ ୧୦୦ ପାର୍ କରିଛି ସଂକ୍ରମିତଙ୍କ ସଂଖ୍ୟା |ଗତ ୨୪ ଘଣ୍ଟା ମଧ୍ୟରେ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୫୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୦ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ, ଷ୍ଟେଟ ପୁଲରୁ ୩ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୮୫୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୦୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୫୯୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।