Odia News Portal

ରାଜ୍ୟରେ ଆଉ ୧୩୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୦ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୧୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୬ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲରାୁ ୩ଜଣ, ନୟାଗଡ଼ା ଜିଲ୍ଲାରୁ ଜଣେ,ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେସ ଗଞ୍ଜାମ ଜିଲ୍ଲାରୁ ଜଣେ ଚିହ୍ନଟ ହୋଇଛନ୍ତି |

ସେହିଭଳି ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୧୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୦୭୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।