Odia News Portal

ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା

* ସଂକ୍ରମଣ ସାଙ୍ଗକୁ ବୃଦ୍ଧି ପାଉଛି ମୃତ୍ୟୁ ସଂଖ୍ୟା ।

ଭୁବନେଶ୍ବର: ରାଜ୍ୟରେ ସଂକ୍ରମିତ ସଂଖ୍ୟା ବଢିବା ସଙ୍ଗେ ସଙ୍ଗେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦,୫୨୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ନେଇଛି କରୋନା ।ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୨୧କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବାଲେଶ୍ବର ଓ ମାଲକାନଗିରି ଜିଲ୍ଲାରୁ ୨ ଜଣ ରହିଥିବା ସମୟରେ ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, ନୟାଗଡ଼, ସମ୍ବଲପୁର, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।