Odia News Portal

ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୦୩୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ ଆକ୍ରାନ୍ତ ପ୍ରାଣ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା , କଳାହାଣ୍ଡି , ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ପୁରୀରୁ ୨ ଜଣ ରହିଛନ୍ତି । ସେହିପରି ଅନୁଗୁଳ, ବଲାଙ୍ଗୀର ଓ ଢ଼େଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।