Odia News Portal

ରାଜ୍ୟରେ ଆଉ ୧୭୮ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୮ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୧୨୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୩ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଚିହ୍ନଟ ହୋଇଛନ୍ତି |

ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ଜଣେ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୧୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୯୦୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।