Odia News Portal

ରାଜ୍ୟରେ ଆଉ ୧୮୩ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୪୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୭ ଜଣ ସ୍ଥାନୀୟ ବାସିନ୍ଦା ଅଟନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୪ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ,ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିହଂପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡ ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି |

ସେହିଭଳି ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୂଆପଡ଼଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଷ୍ଟେଟ ପୁଲ୍‌ରୁ ୫ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୪୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୬୨୦୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।