Odia News Portal

ରାଜ୍ୟରେ ଆଉ ୧୯୮ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର :ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୮ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୬୯୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୪ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି |

ସେହିଭଳି ବାଲେଶ୍ୱର ଜିଲ୍ଲାରୁ ୩ଜଣ,ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୪ଜଣ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୬୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୬୫୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।