Odia News Portal

ରାଜ୍ୟରେ ଆଉ ୨ ଜୀବନ ନେଲା ମହାମାରୀ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨ ମୃତକଙ୍କ ମଧ୍ୟରେ ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୬୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୬୫୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୮୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।