Odia News Portal

ରାଜ୍ୟରେ ଆଉ ୨୦୬ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ କରୋନା ସଂକ୍ରମିତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୬୦୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ,ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୬ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି |

ସେହିଭଳି ବରଗଡ଼ ଜିଲ୍ଲାରୁ ୧୬ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ ପୁଲ୍‌ରୁ ୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୬୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୭୫୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।