Odia News Portal

ବଢୁଛି ମୃତ୍ୟୁସଂଖ୍ୟା: ୨୧ ଆକ୍ରାନ୍ତ ପ୍ରାଣ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ କରିବା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ସମୟରେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୦୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସମୟରେ ୨୧ କରୋନା ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ ।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।ଏହାକୁ ମିଶାଇ ରାଜ୍ୟରେ ୨୩୭୮କୁ ବୃଦ୍ଧି ପାଇଛି ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ।ମୃତକଙ୍କ ମଧ୍ୟରୁ କଳାହାଣ୍ଡିରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି । ସେହିପରି କେନ୍ଦୁଝର, ନୟାଗଡ଼, ନୂଆପଡ଼ା, ପୁରୀ, କନ୍ଧମାଳ, କଟକ, ବଲାଙ୍ଗୀର, ବରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି ।