Odia News Portal

ରାଜ୍ୟରେ ଆଉ ୨୧୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୫୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୨ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୪ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲା ୧୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଚିହ୍ନଟ ହୋଇଛନ୍ତି |

ସେହିଭଳି ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୂଆପଡା ଜିଲ୍ଲାରୁ ୫ଜଣ , ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଷ୍ଟେଟ ପୁଲ୍‌ରୁ ୩ ଜଣ ଚିହ୍ନଟ ହୋଇଛନ୍ତି |ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୫୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୮୪୫୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।