Odia News Portal

ଓଡ଼ିଶାରେ ବଢୁଛି ସଂକ୍ରମଣ: ସଂକ୍ରମିତ ସଂଖ୍ୟା ୨୦୦ ପାର୍

୨୪ ଘଣ୍ଟା ମଧ୍ୟରେ ୨୧୪ କରୋନା ପଜିଟିଭ୍ ଚିହ୍ନଟ
ଖୋର୍ଦ୍ଧାରେ ସର୍ବାଧିକ ୩୩ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୪୬୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୮ ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୧୨୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୩ଜଣ,ଭଦ୍ରକ ଜିଲ୍ଲାରୁ ୪ଜଣ,ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ,କୋରାପୁଟ ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ ଚିହ୍ନଟ ହୋଇଛନ୍ତି |

ସେହିଭଳି ବଲାଙ୍ଗୀର ଜିଲ୍ଲାରୁ ୨୦ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୦ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେସ ନୂଆପଡା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭ଜଣ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୯୪୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୧୫୧ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୬୩୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।