Odia News Portal

ରାଜ୍ୟରେ ଆଉ ୨୨ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ଆକ୍ରାନ୍ତ ପ୍ରାଣ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ କରୋନା ମୃତକଙ୍କ ମଧ୍ୟରୁ ବୌଦ୍ଧ, କଳାହାଣ୍ଡି,ଖୋର୍ଦ୍ଧା, ନୂଆପଡ଼ା , ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ସମୟରେ ଗଜପତି , କୋରାପୁଟ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗିର ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।