Odia News Portal

ଚିନ୍ତାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ୨୨୬୭ ପଜିଟିଭ୍

ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୪୫୮ ଜଣ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୫୩୫୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫୩ଜଣ ସ୍ଥାନୀୟ ରହିଥିବା ବେଳେସମୟରେ ୧୩୧୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୮ଜଣ, ବାଲେଶ୍ୱର ଜିଲ୍ଲାରୁ ୬୭ଜଣ, କଟକ ଜିଲ୍ଲାରୁ ୧୧୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୩୧ଜଣ, ଗଞ୍ଜାମ ଜିଲ୍ଲାରୁ ୭୦ଜଣ, ଜଗତସିଂହପୁର ଜିଲ୍ଲାରୁ ୩୫ଜଣ, ଯାଜପୁର ଜିଲ୍ଲାରୁ ୫୨ଜଣ, ବରଗଡ଼ ଜିଲ୍ଲାରୁ ୧୨୦ଜଣ, ଭଦ୍ରକ ଜିଲ୍ଲାରୁ ୨୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୮ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ ଚିହ୍ନଟ ହୋଇଛନ୍ତି ।

ସେହିଭଳି ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୫ଜଣ, କଳାହାଣ୍ଡି ଜିଲ୍ଲାରୁ ୩୪ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୫୫ଜଣ,ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୦୪ଜଣ, ପୁରୀ ଜିଲ୍ଲାରୁ ୭୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୦ଜଣ, ସୋନପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୫୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୮୧ଜଣ ରହିଛନ୍ତି ।