Odia News Portal

ରାଜ୍ୟରେ ଆଉ ୨୩୧ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୯୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୩ ଜଣ କ୍ଵାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୧ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧ଜଣ, ଦେବଗଡ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି |

ସେହିଭଳି ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୯୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୬୭୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।